News World Odisha
Current News Updates

ରାଷ୍ଟ୍ରପତିଙ୍କୁ ଭେଟି ସରକାର ଗଠନ ନେଇ ଦାବି ଜଣାଇଲେ ମୋଦି

0 103

Get real time updates directly on you device, subscribe now.

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଛନ୍ତି । ଏନଡିଏର ପ୍ରତିନିଧିମଣ୍ଡଳର ନେତୃତ୍ୱ ନେଇ ସେଠାକୁ ଯାଇଥିଲେ ।

ଏହାପୂର୍ବରୁ ଆଜି ସଂଧ୍ୟାରେ ଏନଡିଏ ସଂସଦୀୟ ଦଳ ବୈଠକରେ ମୋଦିଙ୍କୁ ନେତା ଚୟନ କରାଯାଇଥିଲା । ଶୀରୋମଣି ଅକାଳି ଦଳ ମୁଖ୍ୟ ପ୍ରକାଶ ସିଂ ବାଦଲ ମୋଦିଙ୍କ ନାଁ ପ୍ରସ୍ତାବ ଦେଇଥିବାବେଳେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଓ ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ମୁଖ୍ୟ ନିତିଶ କୁମାର ଏହି ପ୍ରସ୍ତାବର ସମର୍ଥନ କରିଥିଲେ । ଏହାପୂର୍ବରୁ ବିଜେପି ସଂସଦୀୟ ଦଳ ବୈଠକରେ ମଧ୍ୟ ମୋଦିଙ୍କୁ ନେତା ମନୋନୀତ କରାଯାଇଥିଲା ।

ଆସନ୍ତା ୩୦ ତାରିଖରେ ନୂଆ ସରକାର ଶପଥ ଗ୍ରହଣ କରିବାର ସମ୍ଭାବନା ରହିଛି । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ବାରାଣାସୀ ଯିବାର କାର୍ଯ୍ୟକ୍ରମ ରହିଛି । ମୋଦି ବାରାଣାସୀ ଲୋକସଭା ଆସନରୁ ୪.୭୯ ଲକ୍ଷର ବିଶାଳ ଭୋଟ ବ୍ୟବଧାନରେ ବିଜୟୀ ହେଇଛନ୍ତି । ନିକଟରେ ସମାପ୍ତ ଲୋକସଭା ନିର୍ବାଚନରେ ଏନଡିଏ ମେଣ୍ଟ ମୋଟ ୩୫୦ଟି ଆସନ ପାଇଛି ।

Get real time updates directly on you device, subscribe now.

Comments
Loading...